ଯିରିମୀୟ 50

(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।

Jeremiah 50:34 (UKJV) Their Redeemer is strong; the LORD of hosts is his name: he shall thoroughly plead their cause, that he may give rest to the land, and trouble the inhabitants of Babylon.

32ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ ଓ କେହି ତାହାକୁ ଉଠାଇବ ନାହିଁ; ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।

33ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;

34(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।

35ସଦାପ୍ରଭୁ କହନ୍ତି, କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।

36ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.