33ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ିଦେବାକୁ ଅସମ୍ମତ ହେଉଅଛନ୍ତି;
34(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକୁ ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।
35ସଦାପ୍ରଭୁ କହନ୍ତି, କଲ୍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି।
36ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ।
37ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।