ଯିରିମୀୟ 50

ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।

Jeremiah 50:43 (UKJV) The king of Babylon has heard the report of them, and his hands waxed feeble: anguish took hold of him, and pangs as of a woman in travail.

41ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ।

42ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।

43ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।

44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”

45ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.