43ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।
44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
45ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
46ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।