13ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।
14ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।
15ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
16ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
17ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।