15ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି।
16ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍ ସୃଷ୍ଟି କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
17ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
18ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
19ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।