ଯିରିମୀୟ 51

ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

Jeremiah 51:19 (UKJV) The portion of Jacob is not like them; for he is the former of all things: and Israel is the rod of his inheritance: the LORD of hosts is his name.

17ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।

18ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।

19ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

20ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;

21ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.