18ସେସବୁ ଅସାର ଓ ମାୟାର କର୍ମ; ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ।
19ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
20ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;
21ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
22ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;