ଯିରିମୀୟ 51

ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;

Jeremiah 51:22 (UKJV) With you also will I break in pieces man and woman; and with you will I break in pieces old and young; and with you will I break in pieces the young man and the maid;

20ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;

21ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;

22ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;

23ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।

24ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.