21ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା;
22ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକି ଚୂର୍ଣ୍ଣ କରିବା;
23ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା।
24ପୁଣି, ଆମ୍ଭେ ବାବିଲକୁ ଓ କଲ୍ଦୀୟ ନିବାସୀସକଳକୁ, ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା, ଏହା ସଦାପ୍ରଭୁ କହନ୍ତି।
25ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।