25ହେ ବିନାଶକ ପର୍ବତ, ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
26ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।
27ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।
28ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।
29ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।