ଯିରିମୀୟ 51

ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

Jeremiah 51:28 (UKJV) Prepare against her the nations with the kings of the Medes, the captains thereof, and all the rulers thereof, and all the land of his dominion.

26ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।

27ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ।

28ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର।

29ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।

30ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.