1ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।
2ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ।
3ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍ଥିତ ନ ହେଉ; ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର।
4ତହିଁରେ ସେମାନେ କଲ୍ଦୀୟ ଦେଶରେ ହତ ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ।
5କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି।