29ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
30ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
31ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,
32ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।
33କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।”