ଯିରିମୀୟ 51

ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।

Jeremiah 51:36 (UKJV) Therefore thus says the LORD; Behold, I will plead your cause, and take vengeance for you; and I will dry up her sea, and make her springs dry.

34“ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରିଦେଇଅଛି।”

35ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”

36ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।

37ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।

38ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.