ଯିରିମୀୟ 51

ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।

Jeremiah 51:37 (UKJV) And Babylon shall become heaps, a dwelling place for dragons, an astonishment, and an hissing, without an inhabitant.

35ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”

36ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।

37ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।

38ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।

39ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.