ଯିରିମୀୟ 51

ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।

Jeremiah 51:40 (UKJV) I will bring them down like lambs to the slaughter, like rams with he goats.

38ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।

39ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ।

40ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।

41ଶେଶକ୍‍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!

42ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.