41ଶେଶକ୍ କିପରି ପରହସ୍ତଗତ ହୋଇଅଛି! ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍ ଧରା ପଡ଼ିଅଛି! ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି!
42ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି।
43ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କ ଭୂମି ଓ ପ୍ରାନ୍ତର ହୋଇଅଛି, ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ-ସନ୍ତାନ ଗମନାଗମନ କରେ ନାହିଁ।
44ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।
45ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।