ଯିରିମୀୟ 51

ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!

Jeremiah 51:54 (UKJV) A sound of a cry comes from Babylon, and great destruction from the land of the Chaldeans:

52ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।

53ସଦାପ୍ରଭୁ କହନ୍ତି, ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ।

54ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!

55କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।

56କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.