54ବାବିଲରୁ କ୍ରନ୍ଦନର ରବ ଓ କଲ୍ଦୀୟମାନଙ୍କ ଦେଶରୁ ମହାବିନାଶର ଶବ୍ଦ ଉଠୁଅଛି!
55କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି।
56କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।
57ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ।
58ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”