ଯିରିମୀୟ 51

ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’

Jeremiah 51:62 (UKJV) Then shall you say, O LORD, you have spoken against this place, to cut it off, that none shall remain in it, neither man nor beast, but that it shall be desolate for ever.

60ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ।

61ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,

62ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’

63ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;

64ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’” ଯିରିମୀୟଙ୍କ ବାକ୍ୟ ଏତିକି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.