6ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।
7ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।
8ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ।
9ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।
10ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।