8ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
9ତହୁଁ ସେମାନେ ରାଜାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
10ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
11ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
12ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।