ଯିରିମୀୟ 52

ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।

Jeremiah 52:13 (UKJV) And burned the house of the LORD, and the king's house; and all the houses of Jerusalem, and all the houses of the great men, burned he with fire:

11ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।

12ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।

13ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।

14ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।

15ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.