13ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
14ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
15ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
16ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
17ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।