14ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
15ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
16ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
17ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
18ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।