ଯିରିମୀୟ 52

ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

Jeremiah 52:17 (UKJV) Also the pillars of brass that were in the house of the LORD, and the bases, and the brazen sea that was in the house of the LORD, the Chaldeans brake, and carried all the brass of them to Babylon.

15ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।

16ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।

17ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

18ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।

19ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.