17ପୁଣି, କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
18ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
19ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
20ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
21ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।