1ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
2ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
3କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
4ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।