22ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
23ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
24ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
25ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
26ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।