26ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
27ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
28ନବୂଖଦ୍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
29ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
30ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।