ଯିରିମୀୟ 52

ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;

Jeremiah 52:29 (UKJV) In the eighteenth year of Nebuchadrezzar he carried away captive from Jerusalem eight hundred thirty and two persons:

27ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।

28ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;

29ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;

30ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।

31ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.