ଯିରିମୀୟ 52

କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

Jeremiah 52:3 (UKJV) For through the anger of the LORD it came to pass in Jerusalem and Judah, till he had cast them out from his presence, that Zedekiah rebelled against the king of Babylon.

1ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।

2ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।

3କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

4ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।

5ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.