29ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
30ନବୂଖଦ୍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
31ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋଦକ୍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
32ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
33ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।