ଯିରିମୀୟ 52

ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।

Jeremiah 52:33 (UKJV) And changed his prison garments: and he did continually eat bread before him all the days of his life.

31ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

32ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,

33ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।

34ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.