2ଆଉ, ସେ ଯିହୋୟାକୀମ୍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
3କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
4ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
5ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
6ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।