ଯିରିମୀୟ 52

ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।

Jeremiah 52:9 (UKJV) Then they took the king, and carried him up unto the king of Babylon to Riblah in the land of Hamath; where he gave judgment upon him.

7ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।

8ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।

9ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।

10ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।

11ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.