9ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”
10ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
11ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।
12ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”
13“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।