ଯିରିମୀୟ 6

“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

Jeremiah 6:13 (UKJV) For from the least of them even unto the greatest of them every one is given to covetousness; and from the prophet even unto the priest every one deals falsely.

11ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।

12ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”

13“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।

14ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।

15ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.