13“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
14ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି ଶାନ୍ତି’ ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।
15ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”
16ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
17ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’