ଯିରିମୀୟ 6

ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’

Jeremiah 6:17 (UKJV) Also I set watchmen over you, saying, Hearken to the sound of the trumpet. But they said, We will not hearken.

15ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”

16ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’

17ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’

18ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।

19ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.