16ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆ ହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।’
17ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
18ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
19ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
20ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।