17ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ‘ତୂରୀର ଶବ୍ଦ ଶୁଣ;’ ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବା ନାହିଁ।’
18ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ଡଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।
19ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
20ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
21ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”