ଯିରିମୀୟ 6

ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।

Jeremiah 6:25 (UKJV) Go not forth into the field, nor walk by the way; for the sword of the enemy and fear is on every side.

23ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”

24ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।

25ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।

26ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।

27“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.