24ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।
25ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।
26ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।
27“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।
28ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।