ଯିରିମୀୟ 6

“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।

Jeremiah 6:27 (UKJV) I have set you for a tower and a fortress among my people, that you may know and try their way.

25ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।

26ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ୱିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର; କାରଣ ବିନାଶକ ଅକସ୍ମାତ୍‍ ଆମ୍ଭମାନଙ୍କୁ ଆକ୍ରମଣ କରିବ।

27“ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।

28ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।

29ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.