ଯିରିମୀୟ 6

ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

Jeremiah 6:3 (UKJV) The shepherds with their flocks shall come unto her; they shall pitch their tents against her round about; they shall feed every one in his place.

1ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍‍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।

2ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା।

3ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

4“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”

5“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.