3ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।
4“ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।”
5“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
6କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
7ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।