5“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”
6କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
7ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
8ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”
9ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”