17ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ?
18ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।
19ସଦାପ୍ରଭୁ କହନ୍ତି, ସେମାନେ କʼଣ ଆମ୍ଭକୁ ବିରକ୍ତ କରନ୍ତି? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କʼଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି?
20ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”
21ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।